23ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
24ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
25ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ;
26ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
27ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”