24ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
25ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ;
26ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
27ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
28ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।