ଦ୍ବିତୀୟ ବଂଶାବଳୀ 18

ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।

2 Chronicles 18:28 (UKJV) So the king of Israel and Jehoshaphat the king of Judah went up to Ramothgilead.

26ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”

27ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”

28ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।

29ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।

30ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.