ଦ୍ବିତୀୟ ବଂଶାବଳୀ 18

ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”

2 Chronicles 18:3 (UKJV) And Ahab king of Israel said unto Jehoshaphat king of Judah, Will you go with me to Ramothgilead? And he answered him, I am as you are, and my people as your people; and we will be with you in the war.

1ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।

2ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।

3ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”

4ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”

5ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.