ଦ୍ବିତୀୟ ବଂଶାବଳୀ 18

ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

2 Chronicles 18:30 (UKJV) Now the king of Syria had commanded the captains of the chariots that were with him, saying, Fight all of you not with small or great, save only with the king of Israel.

28ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।

29ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।

30ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

31ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।

32ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.