ଦ୍ବିତୀୟ ବଂଶାବଳୀ 18

ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।

2 Chronicles 18:34 (UKJV) And the battle increased that day: nevertheless the king of Israel stayed himself up in his chariot against the Syrians until the even: and about the time of the sun going down he died.

32ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।

33ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”

34ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.