ଦ୍ବିତୀୟ ବଂଶାବଳୀ 18

ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”

2 Chronicles 18:8 (UKJV) And the king of Israel called for one of his officers, and said, Fetch quickly Micaiah the son of Imla.

6ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କେହି କି ଏଠାରେ ନାହିଁ?”

7ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”

8ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”

9ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,

10ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.