1ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।
2ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
3ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।”