ଦ୍ବିତୀୟ ବଂଶାବଳୀ 19

ପୁଣି ଯିହୋଶାଫଟ୍‍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍‍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।

2 Chronicles 19:4 (UKJV) And Jehoshaphat dwelt at Jerusalem: and he went out again through the people from Beersheba to mount Ephraim, and brought them back unto the LORD God of their fathers.

2ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।

3ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍‍ଭାବ ପ୍ରକାଶ ପାଇଅଛି।”

4ପୁଣି ଯିହୋଶାଫଟ୍‍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍‍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।

5ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

6ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.