ଦ୍ବିତୀୟ ବଂଶାବଳୀ 19

ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।

2 Chronicles 19:6 (UKJV) And said to the judges, Take heed what all of you do: for all of you judge not for man, but for the LORD, who is with you in the judgment.

4ପୁଣି ଯିହୋଶାଫଟ୍‍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍‍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।

5ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

6ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।

7ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”

8ଆହୁରି, ଯିହୋଶାଫଟ୍‍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.