5ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
6ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
7ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
8ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।
9ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।