16ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”
17ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।
18ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ।