ଦ୍ବିତୀୟ ବଂଶାବଳୀ 20

ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।

2 Chronicles 20:1 (UKJV) It came to pass after this also, that the children of Moab, and the children of Ammon, and with them other beside the Ammonites, came against Jehoshaphat to battle.

1ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।

2ଏଥିରେ କେତେକ ଲୋକ ଯିହୋଶାଫଟ୍‍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍‍-ସସୋନ୍‍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”

3ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.