10ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।
11ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।
12ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
13ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
14ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।