ଦ୍ବିତୀୟ ବଂଶାବଳୀ 20

ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।

2 Chronicles 20:13 (UKJV) And all Judah stood before the LORD, with their little ones, their wives, and their children.

11ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।

12ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”

13ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।

14ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।

15ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.