ଦ୍ବିତୀୟ ବଂଶାବଳୀ 20

ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।

2 Chronicles 20:14 (UKJV) Then upon Jahaziel the son of Zechariah, the son of Benaiah, the son of Jeiel, the son of Mattaniah, a Levite of the sons of Asaph, came the Spirit of the LORD in the midst of the congregation;

12ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”

13ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।

14ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍‍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।

15ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।

16କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍‍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍‍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.