ଦ୍ବିତୀୟ ବଂଶାବଳୀ 20

ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”

2 Chronicles 20:21 (UKJV) And when he had consulted with the people, he appointed singers unto the LORD, and that should praise the beauty of holiness, as they went out before the army, and to say, Praise the LORD; for his mercy endures for ever.

19ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।

20ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”

21ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”

22ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।

23କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.