ଦ୍ବିତୀୟ ବଂଶାବଳୀ 20

ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।

2 Chronicles 20:26 (UKJV) And on the fourth day they assembled themselves in the valley of Berachah; for there they blessed the LORD: therefore the name of the same place was called, The valley of Berachah, unto this day.

24ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।

25ତହିଁରେ ଯିହୋଶାଫଟ୍‍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।

26ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।

27ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍‍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।

28ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.