26ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
27ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
28ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।
29ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।
30ଏହିରୂପେ ଯିହୋଶାଫଟ୍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।