ଦ୍ବିତୀୟ ବଂଶାବଳୀ 20

ଏହିରୂପେ ଯିହୋଶାଫଟ୍‍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।

2 Chronicles 20:30 (UKJV) So the realm of Jehoshaphat was quiet: for his God gave him rest round about.

28ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।

29ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।

30ଏହିରୂପେ ଯିହୋଶାଫଟ୍‍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।

31ଯିହୋଶାଫଟ୍‍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍‍ହିର କନ୍ୟା ଥିଲେ।

32ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.