30ଏହିରୂପେ ଯିହୋଶାଫଟ୍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
31ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ।
32ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
33ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।
34ଏହି ଯିହୋଶାଫଟ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ ପୁସ୍ତକରେ ଲେଖାଅଛି।