ଦ୍ବିତୀୟ ବଂଶାବଳୀ 20

ଯିହୋଶାଫଟ୍‍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।

2 Chronicles 20:36 (UKJV) And he joined himself with him to make ships to go to Tarshish: and they made the ships in Eziongaber.

34ଏହି ଯିହୋଶାଫଟ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ ପୁସ୍ତକରେ ଲେଖାଅଛି।

35ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;

36ଯିହୋଶାଫଟ୍‍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।

37ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍‍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.