35ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;
36ଯିହୋଶାଫଟ୍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
37ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।