ଦ୍ବିତୀୟ ବଂଶାବଳୀ 20

ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।

2 Chronicles 20:4 (UKJV) And Judah gathered themselves together, to ask help of the LORD: even out of all the cities of Judah they came to seek the LORD.

2ଏଥିରେ କେତେକ ଲୋକ ଯିହୋଶାଫଟ୍‍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍‍-ସସୋନ୍‍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”

3ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।

4ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।

5ଆଉ, ଯିହୋଶାଫଟ୍‍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;

6ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.