3ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
4ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
5ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;
6ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
7ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ?