7ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ?
8ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
9‘ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।’
10ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।
11ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।