ଦ୍ବିତୀୟ ବଂଶାବଳୀ 21

ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

2 Chronicles 21:1 (UKJV) Now Jehoshaphat slept with his fathers, and was buried with his fathers in the city of David. And Jehoram his son reigned in his position.

1ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

2ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।

3ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.