ଦ୍ବିତୀୟ ବଂଶାବଳୀ 21

ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;

2 Chronicles 21:13 (UKJV) But have walked in the way of the kings of Israel, and have made Judah and the inhabitants of Jerusalem to go a whoring, like to the whoredoms of the house of Ahab, and also have slain your brethren of your father's house, which were better than yourself:

11ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।

12ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;

13ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;

14ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।

15ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.