12ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
13ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
14ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
15ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
16ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।