13ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
14ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
15ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
16ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
17ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।