ଦ୍ବିତୀୟ ବଂଶାବଳୀ 21

ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।

2 Chronicles 21:16 (UKJV) Moreover the LORD stirred up against Jehoram the spirit of the Philistines, and of the Arabians, that were near the Ethiopians:

14ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।

15ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”

16ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।

17ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।

18ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.