15ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
16ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
17ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।
18ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
19ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ।