ଦ୍ବିତୀୟ ବଂଶାବଳୀ 21

ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।

2 Chronicles 21:18 (UKJV) And after all this the LORD stroke him in his bowels with an incurable disease.

16ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।

17ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।

18ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।

19ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ।

20ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.