1ଏଥିଉତ୍ତାରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
2ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ।
3ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
4ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।