1ଏଥିଉତ୍ତାରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
2ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ।
3ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
4ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
5ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।