ଦ୍ବିତୀୟ ବଂଶାବଳୀ 21

ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

2 Chronicles 21:6 (UKJV) And he walked in the way of the kings of Israel, like did the house of Ahab: for he had the daughter of Ahab to wife: and he wrought that which was evil in the eyes of the LORD.

4ଏହି ଯିହୋରାମ୍‍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।

5ଯିହୋରାମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।

6ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

7ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।

8ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.