7ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
8ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
9ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।
10ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
11ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।