1ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।
2ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।
3ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।