10ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।
11ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକୁ ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।
12ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।