ଦ୍ବିତୀୟ ବଂଶାବଳୀ 22

ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।

2 Chronicles 22:2 (UKJV) Forty and two years old was Ahaziah when he began to reign, and he reigned one year in Jerusalem. His mother's name also was Athaliah the daughter of Omri.

1ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।

2ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।

3ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।

4ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.