ଦ୍ବିତୀୟ ବଂଶାବଳୀ 22

ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍‍ଙ୍କ ସଙ୍ଗେ ରାମୋତ୍‍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।

2 Chronicles 22:5 (UKJV) He walked also after their counsel, and went with Jehoram the son of Ahab king of Israel to war against Hazael king of Syria at Ramothgilead: and the Syrians stroke Joram.

3ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।

4ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।

5ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍‍ଙ୍କ ସଙ୍ଗେ ରାମୋତ୍‍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।

6ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।

7ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.