4ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।
5ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ।
6ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।
7ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ।
8ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।