ଦ୍ବିତୀୟ ବଂଶାବଳୀ 23

ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।

2 Chronicles 23:11 (UKJV) Then they brought out the king's son, and put upon him the crown, and gave him the testimony, and made him king. And Jehoiada and his sons anointed him, and said, God save the king.

9ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।

10ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।

11ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।

12ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;

13ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.