ଦ୍ବିତୀୟ ବଂଶାବଳୀ 23

ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।

2 Chronicles 23:15 (UKJV) So they laid hands on her; and when she was come to the entering of the horse gate by the king's house, they slew her there.

13ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।

14ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”

15ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।

16ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।

17ଏଉତ୍ତାରେ ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.