18ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।
19ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
20ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
21ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।