ଦ୍ବିତୀୟ ବଂଶାବଳୀ 23

ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।

2 Chronicles 23:3 (UKJV) And all the congregation made a covenant with the king in the house of God. And he said unto them, Behold, the king's son shall reign, as the LORD has said of the sons of David.

1ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।

2ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।

3ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।

4ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।

5ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.