2ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
3ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
4ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
5ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
6ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।