3ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
4ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
5ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
6ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
7ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”