5ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
6ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
7ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
8ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
9ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।