12ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
13ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
14ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
15ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
16ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।